ଓଡ଼ିଶାରେ ବର୍ଷା ବିତ୍ପାତ ;ଆସନ୍ତାକାଲି ୯ ଟି ଜିଲ୍ଲା ସ୍କୁଲ ଛୁଟି

ଭୁବନେଶ୍ୱର, ଅକ୍ଟୋବର ୨୪(ଏନଟିପି):

ଦକ୍ଷିଣ ଓ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ଯାହା ପ୍ରଭାବରେ ଓଡ଼ିଶାର ଅଧିକାଂଶ ତଳିଆ ଅଂଚଳ ଜଳମଗ୍ନ ହୋଇପଡ଼ିଛି । ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଜୀବନଯାତ୍ରା ପ୍ରଭାବିତ ହୋଇଛି । ତେଣୁ ଏହି ବର୍ଷାରେ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୯ଟି ଜିଲ୍ଲାର ଜିଲ୍ଲାପାଳ ବିଭିନ୍ନ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରିଛନ୍ତି । 

ଆସନ୍ତାକାଲି ମଧ୍ୟ ରାଜ୍ୟରେ ବର୍ଷା ଜାରି ରହିବ । କୋରାପୁଟ, ଗଜପତି, ପୁରୀ, ଗଞ୍ଜାମ, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଭଳି କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେଣୁ ଏହି ବର୍ଷାକୁ ଦୃଷ୍ଟିରେ ରଖି  ଆସନ୍ତାକାଲି ପାଇଁ ଗଞ୍ଜାମ, ଗଜପତି, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା ଓ ଯାଜପୁର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ନେଇ ସବୁ ଜିଲ୍ଲାର ଜିଲ୍ଲାପାଳ ଘୋଷଣା କରିଛନ୍ତି । 

ଆସନ୍ତାକାଲି ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛାତ୍ରଛାତ୍ରୀ ଆସିବେ ନାହିଁ କିନ୍ତୁ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହିବେ ବୋଲି ଜିଲ୍ଲାପାଳମାନେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ମଧ୍ୟ ଗଞ୍ଜାମ, ଗଜପତି, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ପୁରୀ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା ।

Follow by Email
WhatsApp