ଭୁବନେଶ୍ୱର(ଏନଟିପି):
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଜନବିକାଶ କାର୍ଯ୍ୟକ୍ରମ ଯୋଜନାରେ ଭଦ୍ରକରେ ଏକ ମେଡିକାଲ କଲେଜ୍ ପ୍ରତିଷ୍ଠା ପାଇଁ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରାଳୟକୁ ପ୍ରସ୍ତାବ ଦେବାକୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର । ସେହିପରି ଅନ୍ୟ ଏକ ପୃଥକ ପତ୍ରରେ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ଶ୍ରୀ ମୁଖତାର୍ ଆବାସ୍ ନକବିଙ୍କୁ ଭୁବନେଶ୍ୱରରେ ସ୍କୁଲ କିମ୍ବା କଲେଜରେ ପାଠ ପଢୁଥିବା ସଂଖ୍ୟାଲଘୁ ଛାତ୍ରୀ ମାନଙ୍କ ପାଇଁ ଏକ ଛାତ୍ରାବାସ ନିର୍ମାଣ କରିବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି ।