କଣ ରହିଛି ଆଜିର ସୁନା ଦର ; ଚେକ କରି ଜାଣନ୍ତୁ କେତେ ରହିଛି ଦର

ଭୁବନେଶ୍ୱର(ଏନ ଟି ପି):

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭.୨୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧.୫୫୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭.୩୫୦ ଟଙ୍କା ଓ ୫୧.୬୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭.୩୫୦ ଟଙ୍କା ଓ ୫୧.୬୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭.୫୫୦ ଟଙ୍କା ଓ ୫୧.୮୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭.୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨.୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭.୩୫୦ ଟଙ୍କା ଓ ୫୧.୬୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୮.୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି

।ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Follow by Email
WhatsApp