ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି;୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ(ଏନଟିପି):

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ପାଇବେନି ଭକ୍ତ। ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ସେବା କରିବେ। ଆଜି ଶ୍ରୀଜୀଉଙ୍କ ବନକଲାଗି । ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ନୀତିକାନ୍ତି । ପ୍ରାକୃତିକ ରଙ୍ଗରେ କରାଯିବ ଶ୍ରୀଜୀଉଙ୍କ ଶୃଙ୍ଗାର

ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ବିଭିନ୍ନ ନୀତିକାନ୍ତି ସରି ଦ୍ୱିତୀୟ ଭୋଗମଣ୍ଡପ ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି କରାଯିବ।ଦତ୍ତମହାପାତ୍ର ସେବାୟତ ଗର୍ଭଗୃହକୁ ପ୍ରବେଶ କରି ହିଙ୍ଗୁଳ,ହରିତାଳ, ଶଙ୍ଖ,କେଶର,କର୍ପୁର,କଇଁଥ ଅଠା,କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Follow by Email
WhatsApp